ଆକଣ୍ଡ୍ରୋପ୍ଲାସିଆ

ଅସାଧାରଣ ଅସ୍ଥି ତିଆରି ଯୋଗୁ ଲମ୍ବା ଅସ୍ଥି ଛୋଟ ହୋଇ ଲୋକ ବାମନ ହୋଇଯାଏ ।

ଆକଣ୍ଡ୍ରୋପ୍ଲାସିଆ (ଇଂରାଜୀ ଭାଷାରେ Achondroplasia) ଏକ ଜେନେଟିକ ରୋଗ (genetic disorder) ଯାହାଦ୍ୱାରା ରୋଗୀ ବାମନ (dwarfism) ହୋଇଯାଏ ।[୧] ଏହି ରୋଗରେ ବାହୁ ଓ ଗୋଡ଼ ଛୋଟ ହୋଇଯାଏ କିନ୍ତୁ ମୁଣ୍ଡ ଓ ଅବୟବ ବ୍ୟତୀତ ଅନ୍ୟ ଅଂଶର (torso) ଦୈର୍ଘ୍ୟ ସଠିକ ଥାଏ ।[୧] ଆକଣ୍ଡ୍ରୋପ୍ଲାସିଆ ପୁରୁଷ ରୋଗୀଙ୍କର ଉଚ୍ଚତା ପ୍ରାୟ ୧୩୧ ସେମି ଓ ମହିଳାଙ୍କର ୧୨୩ ସେମି ହୁଏ ।[୧] ଏମାନଙ୍କର ମୁଣ୍ଡ ବଡ଼ ଓ ଉନ୍ନତ କପାଳ ଥାଏ ।[୧] ଅନ୍ୟମାନଙ୍କ ଭଳି ସାଧାରଣ ବୁଦ୍ଧି (Intelligence) ଥାଏ ।[୧]

ଆକଣ୍ଡ୍ରୋପ୍ଲାସିଆ (Achondroplasia)
ଜାସନ Jason "Wee Man" Acuña, ଏକ ଅଭିନେତା ଓ ସ୍ଟଣ୍ଟ ପ୍ରଦର୍ଶକ (stunt performer) ଏକ ଆକଣ୍ଡ୍ରୋପ୍ଲାସିଆ ବା ବାମନ ରୋଗୀ
ଉଚ୍ଚାରଣ
  • /ˌkɒndrəˈplziə, ə-, -ˈplʒiə, -ˈplʒə/
ବିଭାଗମେଡିକାଲ ଜେନେଟିକସ (Medical genetics)
ଲକ୍ଷଣଛୋଟ ବାହୁ ଓ ଗୋଡ଼, ଉନ୍ନତ କପାଳ [୧]
କାରଣଏଫଜିଏଫଆର୩ (FGFR3) ଜିନ ମ୍ୟୁଟେସନ[୧]
ରୋଗ ନିର୍ଣ୍ଣୟ ପଦ୍ଧତିଲକ୍ଷଣ, ଜେନେଟିକ ଟେଷ୍ଟିଙ୍ଗ (genetic testing)[୨]
ସଠିକ ରୋଗ ନିର୍ଣ୍ଣୟହାଇପୋକଣ୍ଡ୍ରୋପ୍ଲାସିଆ (Hypochondroplasia), ଥାନାଟୋଫୋରିକ ଡିସପ୍ଲାସିଆ (thanatophoric dysplasia), କାର୍ଟିଲେଜ-ହେୟାର ହାଇପୋପ୍ଲାସିଆ (cartilage-hair hypoplasia), ସୁଡୋକଣ୍ଡ୍ରୋପ୍ଲାସିଆ (pseudoachondroplasia)[୨]
ଚିକିତ୍ସାସାହାଯ୍ୟକାରୀ ଦଳ (Support groups), ଗ୍ରୋଥ ହରମୋନ ଥେରାପି (growth hormone therapy), ଜଟିଳତାର ଚିକିତ୍ସା [୨]
Prognosis୧୦ ବର୍ଷ କମ୍ ଆୟୁଷ (life expectancy)[୨]
ପୁନଃପୌନିକ୨୭,୫୦୦ ଲୋକରେ ଜଣେ [୧]

ଫାଇବ୍ରୋବ୍ଲାସ୍ଟ ଗ୍ରୋଥ ଫ୍ୟାକ୍ଟର ରିସେପ୍ଟର ୩ ବା ଏଫଜିଏଫଆର୩ (FGFR3) ଜିନର ମ୍ୟୁଟେସନ ଯୋଗୁ ଏହି ରୋଗ ହୁଏ ।[୧] ଶତକଡ଼ା ୮୦ ଭାଗ ରୋଗୀଙ୍କର ପ୍ରାକ୍ ବିକାଶ ସମୟରେ ନୂତନ ମ୍ୟୁଟେସନ ଫଳରେ ଏ ରୋଗ ହୁଏ ।[୧] ବାକି ଅନ୍ୟ କେଶ୍‌ରେ ପିତାମାତାଙ୍କ ମଧ୍ୟରୁ ଜଣକଠାରୁ ବଂଶାନୁକ୍ରମ (inherited from one's parents) ଭାବରେ ଅଟୋସୋମାଲ ଡୋମିନାଣ୍ଟ (autosomal dominant) ଜିନ ଯୋଗୁ ବିସ୍ତାର ହୁଏ ।[୧] ଦୁଇଟି ପ୍ରଭାବିତ ଜିନ ଥିଲେ ରୋଗୀ ବଞ୍ଚିପାରେନାହିଁ ।[୧] ଲକ୍ଷଣ ଦେଖି ରୋଗ ନିର୍ଣ୍ଣୟ ସ‌ହଜରେ କରିହୁଏ କିନ୍ତୁ ସନ୍ଦେହ ହେଲେ ଜେନେଟିକ ଟେଷ୍ଟିଙ୍ଗ (genetic testing) କରାଯାଏ ।[୨]

ରୋଗୀ ଚିକିତ୍ସାରେ ସାହାଯ୍ୟକାରୀ ଦଳ (Support groups) ଓ ଗ୍ରୋଥ ହରମୋନ ଥେରାପି (growth hormone therapy) ଆବଶ୍ୟକ ହୁଏ ।[୨] ରପଗ ଜଟିଳ ହୋଇ କାନ ସଂକ୍ରମଣ (Ear infections), ଲର୍ଡ଼ୋସିସ (lordosis), କଟି ଯନ୍ତ୍ରଣା, ସ୍ପାଇନାଲ ସ୍ଟେନୋସିସ (en:spinal stenosis), ମୋଟାପଣ, ହାଇଡ୍ରୋସେଫଲସ (hydrocephalus) ଓ ଅବସ୍ଟ୍ରକ୍ଟିଭ ସ୍ଲିପ ଆପନିଆ ହେବା ପୂର୍ବରୁ ପ୍ରତିଷେଧ ବ୍ୟବସ୍ଥା କରିବା ଆବଶ୍ୟକ ।[୨] ସାଧାରଣ ବ୍ୟକ୍ତିଙ୍କ ଆୟୁଷଠାରୁ ଏମାନଙ୍କ ଆୟୁଷ ୧୦ ବର୍ଷ କମ୍ ରହେ । [୨] ୨୭,୫୦୦ ଲୋକରେ ଜଣକୁ ଏହି ରୋଗ ହୁଏ ।[୧] ଡେନମାର୍କ ଓ ଲାଟିନ ଆମେରିକାରେ (Latin America) ଏହି ହାର ଅଧିକ ଅଛି । [୩] ସବୁଠୁ ଛୋଟ ବୟପ୍ରାପ୍ତ ମଣିଷ ଜ୍ୟୋତି ଆମଗେ (Jyoti Amge)ର ଉଚ୍ଚତା ୬୨.୮ ସେ:ମି: ଥିବା ରେକର୍ଡ଼ ହୋଇଛି ।[୪]

ଆଧାର