ଉତ୍କଳ ଦିବସ

ଭାରତୀୟ ରାଜ୍ୟ ଓଡ଼ିଶା ପ୍ରଦେଶ ଗଠନ ଦିବସ
(ଓଡ଼ିଶା ଦିବସରୁ ଲେଉଟି ଆସିଛି)

୧୯୩୬ ଅପ୍ରେଲ ୧ ତାରିଖ ଦିନ ଏକ ରାଜ୍ୟ ଭାବେ ନବଗଠିତ ହେବା ସ୍ମୃତିରେ ଅପ୍ରେଲ ମାସ ୧ ତାରିଖ ଦିନ ଉତ୍କଳ ଦିବସ (ଓଡ଼ିଶା ଦିବସ) ପାଳନ କରାଯାଇଥାଏ ।[୧][୨] ଭାଷା ଭିତ୍ତିରେ ରାଜ୍ୟଗଠନ ହେବାରେ ଓଡ଼ିଶା ଭାରତର ପ୍ରଥମ ରାଜ୍ୟ । ୧୫୬୮ରେ ଶେଷ ରାଜା ମୁକୁନ୍ଦ ଦେବଙ୍କ ଦେହାନ୍ତ ପରେ ବ୍ରିଟିଶ ଶାସନରୁ ଅଲଗା ହୋଇ ଏକ "ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ" ଗଠନ [୩] କରିବା ପାଇଁ ମଧୁସୂଦନ ଦାସ, ଫକୀର ମୋହନ ସେନାପତି, ଗୋପବନ୍ଧୁ ଦାସ, ନୀଳକଣ୍ଠ ଦାସ, ଗଙ୍ଗାଧର ମେହେର, ରାଧାନାଥ ରାୟ, ବାସୁଦେବ ସୁଢ଼ଳ ଦେବକୃଷ୍ଣଚନ୍ଦ୍ର ଗଜପତିଙ୍କ ଚେଷ୍ଟାରେ ଆନ୍ଦୋଳନ ତେଜିଥିଲା । ପ୍ରଥମେ ଛଅଟି ଜିଲ୍ଲା କଟକ, ପୁରୀ, ବାଲେଶ୍ୱର, ସମ୍ବଲପୁର, କୋରାପୁଟଗଞ୍ଜାମକୁ ନେଇ ଓଡ଼ିଶା ଗଠନ କରାଯାଇଥିଲା ।

ନବଗଠିତ ଆଧୁନିକ ଓଡ଼ିଶାର ମାନଚିତ୍ର

ଇତିହାସ

ଏକ ସ୍ୱତନ୍ତ୍ର ରାଜ୍ୟ ଗଠନ ପାଇଁ ମୁଖ୍ୟ ବିପ୍ଳବ ଉତ୍କଳ ସମ୍ମିଳନୀ ଗଠନ ଦିନଠାରୁ ତିନି ଦଶନ୍ଧି ଧରି ଲାଗିରହିଥିଲା ଓ ଏହା ଏକ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶର ମୂଳଦୁଆ ସ୍ଥାପନକରିଥିଲା । ମଧୁସୂଦନ ଦାସ, ଗୋପବନ୍ଧୁ ଦାସ, ଫକୀର ମୋହନ ସେନାପତି, ନୀଳକଣ୍ଠ ଦାସ, ଗଙ୍ଗାଧର ମେହେର, ରାଧାନାଥ ରାୟ, ବାସୁଦେବ ସୁଢ଼ଳ ଦେବ ଓ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବ ଆଦିଙ୍କ ନେତୃତ୍ୱରେ ଏହି ଆନ୍ଦୋଳନ ଅଧିକ ତୀବ୍ର ହୋଇଥିଲା । ସାର ଅଷ୍ଟିନ ହବାକ ଓଡ଼ିଶାର ପହିଲା ରାଜ୍ୟପାଳ ଭାବରେ ଶପଥ ନେଇଥିଲେ । ୧୯୩୬ ମସିହା ଏପ୍ରିଲ ପହିଲା ଦିନ ଓଡ଼ିଶାକୁ ଏକ ସ୍ୱତନ୍ତ୍ର ରାଜ୍ୟର ମାନ୍ୟତା ମିଳିଥିଲା । ୧୯୯୨ ମସିହାରେ ଓଡ଼ିଶାର ୧୩ଟି ଜିଲ୍ଲାକୁ ପୁନର୍ବିଭାଜନ କରି ୩୦ଟି ଜିଲ୍ଲାରେ ଭାଗ କରାଗଲା । ପ୍ରତି ବର୍ଷ ଏପ୍ରିଲ ପହିଲା ଦିନଟିକୁ ଉତ୍କଳ ଦିବସ ନାମରେ ପାଳନ କରାଯାଇ ସ୍ୱତନ୍ତ୍ର ପ୍ରଦେଶ ଗଠନର କର୍ଣ୍ଣଧାରମାନଙ୍କୁ ସମ୍ମାନ ଅର୍ପଣକରାଯାଏ । [୩],[୪][୫] ଏବେ ଓଡ଼ିଶାରେ ୩୦ଟି ଜିଲ୍ଲା ରହିଛି ।

ଅଧିକ ପଠନ

ଆଧାର