ଚନ୍ଦ୍ରଶେଖର ମାଝି

ଓଡ଼ିଆ ରାଜନୀତିଜ୍ଞ

ଚନ୍ଦ୍ରଶେଖର ମାଝି ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୨୦୧୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ କୋଟପାଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଚନ୍ଦ୍ରଶେଖର ମାଝି
ବିଧାୟକ: ୧୫ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୧୪ – ୨୦୧୯
ପୂର୍ବ ଅଧିକାରୀବାସୁଦେବ ମାଝି
ପର ଅଧିକାରୀପଦ୍ମିନୀ ଦିଆନ
ନିର୍ବାଚନ ମଣ୍ଡଳୀକୋଟପାଡ଼
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
ଭାରତୀୟ ଜାତୀୟ କଂଗ୍ରେସ
ବୃତ୍ତିରାଜନୀତିଜ୍ଞ

ରାଜନୈତିକ ଜୀବନ

ଚନ୍ଦ୍ରଶେଖର ମାଝି ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମୀ ଭାବରେ କାର୍ଯ୍ୟ କରୁଛନ୍ତି ।[୨] ପୂର୍ବରୁ ସେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ ଏବଂ ୨୦୨୧ ମସିହାର ସେପ୍ଟେମ୍ବର ମାସରେ ସେ କଂଗ୍ରେସ ଛାଡ଼ି ବିଜେଡିରେ ଯୋଗ ଦେଇଥିଲେ ।[୩] ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]

ଆଧାର