ଦ୍ୱିତୀୟ ବିଶ୍ୱଯୁଦ୍ଧ
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତିମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା[୧] ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ । [୨]=end
କାଳକ୍ରମ=
ପୃଷ୍ଠଭୂମି
ଯୁଦ୍ଧ ପୂର୍ବର ଘଟଣା
ଆଧାର
ବାହାର ତଥ୍ୟ
- West Point Maps of the European War Archived 2016-09-13 at the Wayback Machine.
- West Point Maps of the Asian-Pacific War Archived 2016-09-14 at the Wayback Machine.
- Atlas of the World Battle Fronts (July 1943 to August 1945)
- War Dogs of World War II Archived 2016-04-03 at the Wayback Machine.