ବିଶ୍ୱ ଖାଦ୍ୟ ଦିବସ

ମିଳିତ ଜାତିସଂଘଦ୍ୱାରା ୧୯୪୫ ମସିହାରୁ ଖାଦ୍ୟ ଏବଂ କୃଷି ସଂଗଠନର ସ୍ଥାପନା ଦିବସକୁ ସମ୍ମାନ ଜଣାଇ ପ୍ରତିବର୍ଷ ପ

ବିଶ୍ୱ ଖାଦ୍ୟ ଦିବସ (World Food Day) ପ୍ରତିବର୍ଷ ଅକ୍ଟୋବର ୧୬ ତାରିଖ ଦିନ ସାରା ବିଶ୍ୱରେ ପାଳିତ ହୁଏ । ମିଳିତ ଜାତିସଂଘଦ୍ୱାରା ୧୯୪୫ ମସିହାରେ ଖାଦ୍ୟ ଏବଂ କୃଷି ସଂଗଠନର ସ୍ଥାପନା ଦିବସକୁ ସମ୍ମାନ ଜଣାଇ ଏହି ଦିନକୁ ବିଶ୍ୱ ଖାଦ୍ୟ ଦିବସ ରୂପେ ଘୋଷଣା କରାଯାଇଛି ।[୧]

ଇତିହାସ

ନଭେମ୍ବର ୧୯୭୯ ମସିହାରେ ଖାଦ୍ୟ ଏବଂ କୃଷି ସଂଗଠନର ସଦସ୍ୟ ରାଷ୍ଟ୍ରମାନଙ୍କଦ୍ୱାରା ଏହି ସଂଗଠନର ୨୦ତମ ସମ୍ମିଳନୀରେ ଏହି ଦିବସ ପାଲନ କରିବା ନିଷ୍ପତ୍ତି ନିଆଯାଇଥିଲା । ପ୍ରାକ୍ତନ ହଙ୍ଗେରିଆନ କୃଷି ଏବଂ ଖାଦ୍ୟ ମନ୍ତ୍ରୀ ଡଃ ପାଲ ରମାନୀଙ୍କ ନେତୃତ୍ୱରେ ଏକ ପ୍ରତିନିଧିମଣ୍ଡଳ ଖାଦ୍ୟ ଏବଂ କୃଷି ସଂଗଠନର ୨୦ତମ ସମ୍ମିଳନୀରେ ଏକ ସକ୍ରିୟ ଭୂମିକା ଗ୍ରହଣ କରି ଏ ସଂକ୍ରାନ୍ତରେ ଏକ ବିଚାର ବ୍ୟକ୍ତ କରିଥିଲେ । ଏହା ଉକ୍ତ ସମ୍ମିଳନୀରେ ଗୃହୀତ ହେବା ପରେ ବିଶ୍ୱର ୧୫୦ରୁ ଅଧିକ ଦେଶ ପ୍ରତିବର୍ଷ ଅକ୍ଟୋବର ୧୬ ତାରିଖକୁ ବିଶ୍ୱ ଖାଦ୍ୟ ଦିବସ ରୁପେ ପାଳନ କରୁଛନ୍ତି ।[୨] ଖାଦ୍ୟାଭାବ ତଥା ଦାରିଦ୍ର‍୍ୟ ଜନିତ ସମସ୍ୟା ତଥା ଏହାର ନିରାକରଣ ସମ୍ପର୍କରେ ବିଶ୍ୱବାସୀଙ୍କ ଦୃଷ୍ଟି ଆକର୍ଷଣ କରିବା ଏହାର ମୂଳ ଲକ୍ଷ୍ୟ ।

ଆଧାର

ବାହାର ଆଧାର