ମର୍ଫିନ

ମର୍ଫିନ, ଅନେକ ବ୍ୟବସାୟିକ ନାମରେ ବିକ୍ରୟ ହୁଏ ଓ ଏହା ଏକ ଯନ୍ତ୍ରଣା ନିବାରଣକାରୀ ଓପିଏଡ ଔଷଧ । ଏହା ସିଧା ସଳଖ କେନ୍ଦ୍ରୀୟ ସ୍ନାୟୁ ମଣ୍ଡଳ (ସିଏନଏସ) ଉପରେ କାମ କରି ଯନ୍ତ୍ରଣା ଅନୁଭୂତିକୁ କମାଏ । ଏହା ଉଭୟ ଆକ୍ୟୁଟ ଯନ୍ତ୍ରଣା ଓ କ୍ରନିକ ଯନ୍ତ୍ରଣା ନିମନ୍ତେ ବ୍ୟବହାର କରାଯାଏ । ହୃଦଘାତ ଓ ଗର୍ଭ ଶୂଳ କଷ୍ଟ ନିମନ୍ତେ ମଧ୍ୟ ଦିଆଯାଏ । ଏହା ବିଭିନ୍ନ ପଥ ମାଧ୍ୟମରେ ଦେହରେ ପ୍ରବେଶ କରେଇଦିଆଯାଏ, ଯେପରିକି ପାଟି, ମାଂସପେଶୀ, ଚର୍ମତଳେ, ଶିରାରେ, ମେରୁଦଣ୍ଡ ଚାରିପାଖରେ ଥିବା ସ୍ଥାନରେ ଓ ମଳଦ୍ୱାର ଭିତରେ । ଶିରାରେ ଦେବାର ୨0 ମିନିଟ ପରେ ଓ ପାଟିରେ ଦେବାର ୬୦ ମିନିଟ ପରେ ଏହାର ସର୍ଭାଧିକ ପ୍ରଭାବ ହୁଏ[୪] ଓ ଏହାର ପ୍ରଭାବ ୩ରୁ ୭ ଘଣ୍ଟା ପର୍ଯ୍ୟନ୍ତ ରହେ ।[୪][୫] ଦୀର୍ଘକାଳୀନ କାର୍ଯ୍ୟକ୍ଷମ ମର୍ଫିନ ମଧ୍ୟ ମିଳୁଛି । [୪]

ମର୍ଫିନ (INN)
Clinical data
Pronunciation/ˈmɔːrfn/
Trade namesMScontin, Oramorph, Sevredol, and others
AHFS/Drugs.commonograph
Pregnancy
category
  • AU: C
  • US: C (Risk not ruled out)
Dependence
liability
Physical: High
Psychological: Moderate-High
Addiction
liability
High
Routes of
administration
Inhalation (smoking), insufflation (snorting), oral (PO), rectal, subcutaneous (SC), intramuscular (IM), intravenous (IV), epidural, and intrathecal (IT)
ATC code
Legal status
Legal status
  • AU: S8 (Controlled)
  • CA: Schedule I
  • NZ: Class B
  • UK: Class A
  • US: Schedule II
  • UN: Narcotic Schedules I and III
  • ℞ (Prescription only)
Pharmacokinetic data
Bioavailability20–40% (oral), 36–71% (rectally),[୧] 100% (IV/IM)
Protein binding30–40%
MetabolismHepatic 90%
Onset of action5 min (IV), 15 min (IM),[୨] 20 min (PO)[୩]
Elimination half-life2–3 h
Duration of action3 to 7 hours[୪][୫]
ExcretionRenal 90%, biliary 10%
Identifiers
IUPAC name
  • (5α,6α)-7,8-didehydro-
    4,5-epoxy-17-methylmorphinan-3,6-diol
CAS Number
PubChem CID
IUPHAR/BPS
DrugBank
ChemSpider
UNII
KEGG
ChEBI
ChEMBL
ECHA InfoCard100.000.291 Edit this at Wikidata
Chemical and physical data
FormulaC17H19NO3
Molar mass285.34
3D model (JSmol)
Solubility in waterHCl & sulf.: 60 mg/mL (20 °C)
SMILES
  • CN1CC[C@]23C4=C5C=CC(O)=C4O[C@H]2[C@@H](O)C=C[C@H]3[C@H]1C5
InChI
  • InChI=1S/C17H19NO3/c1-18-7-6-17-10-3-5-13(20)16(17)21-15-12(19)4-2-9(14(15)17)8-11(10)18/h2-5,10-11,13,16,19-20H,6-8H2,1H3/t10-,11+,13-,16-,17-/m0/s1 checkY
  • Key:BQJCRHHNABKAKU-KBQPJGBKSA-N checkY
  (verify)

ସମ୍ଭାବ୍ୟ ଗମ୍ଭୀର ପାର୍ଶ୍ୱପ୍ରତିକ୍ରିୟା:- ଶ୍ୱାସକ୍ରିୟା କମିଯାଏ ଓ ନିମ୍ନ ରକ୍ତଚାପ ହୁଏ । ଏହା ମାନବକୁ ନିଶାଗ୍ରସ୍ତ କରାଏ ଓ ଏହାର ଦୁରୂପ‌ଯୋଗ ହୁଏ । ଦୀର୍ଘଦିନର ବ୍ୟବ‌ହାର ପରେ ଏହାର ମାତ୍ରା କମେଇଲେ ଓପିଅଏଡ ଉଇଥଡ୍ର‌ୟାଲ ହୁଏ । ସାଧାରଣ ପାର୍ଶ୍ୱପ୍ରତିକ୍ରିୟାରେ ଝୁମା ହୁଏ, ବାନ୍ତି ଓ କୋଷ୍ଠକାଠିନ୍ୟ ହୁଏ । ନବଜାତ ଶିଶୁଙ୍କୁ ପ୍ରଭାବିତ କରୁଥିବାରୁ ମହିଳାମାନଙ୍କୁ ଗର୍ଭାବସ୍ଥାରେସ୍ତନ୍ୟପାନ ସମୟରେ ମର୍ଫିନ ଦେବାବେଳେ ସତର୍କ କରିଦିଆଯାଏ । [୪]

ଫ୍ରିଡ୍ରିକ ସର୍ଟର୍ନର (Friedrich Sertürner) ସନ ୧୮୯୩ ଓ ୧୮୦୫ ମସିହା ମଧ୍ୟରେ ମର୍ଫିନ ପୃଥକୀକରଣ କରିଥିଲେ । [୬] ବିଶ୍ୱାସ କରାଯାଏ ଯେ କୋଣସି ଗଛରୁ ସକ୍ରିୟ ଉପାଦାନ ପୃଥକୀକରଣ କରିବାରେ ଏହା ପ୍ରଥମ ଥିଲା । [୭] ସନ ୧୮୨୭ରେ ମର୍କ Merck ପ୍ରଥମେ ଏହାକୁ ବ୍ୟବସାୟିକ ଭିତ୍ତିରେ କାରବାର କରିଥିଲେ । [୬] ସନ ୧୮୫୩-୧୮୫୫ ମଧ୍ୟରେ ହାଇପୋଡର୍ମିକ ସିରିଞ୍ଜ ଆବିଷ୍କୃତ ହେବା ପରେ ମର୍ଫିନ ବ‌ହୁଳ ଭାବରେ ବ୍ୟବ‌ହୃତ ହୋଇଥିଲା । [୬][୮] ଗ୍ରୀସ ଦେଶର ନିଦ୍ରା ଦେବତା ମର୍ଫିଅସଙ୍କ ନାମ ଅନୁସାରେ ସର୍ଟର୍ନର ଏହାର ନାମକରଣ ମର୍ଫିନ କରିଥିଲେ । [୮][୯]

ଅଫିମ (ଇଂରାଜୀ ଭାଷାରେ Opium poppy) ଏହାର ପ୍ରଥମିକ ଉତ୍ସ ଯେଉଁଥିରୁ ମର୍ଫିନ ପୃଥକୀକରଣ କରାଯାଏ । [୧୦] ସନ ୨୦୧୩ରେ ୫୨୩,୦୦୦ କିଲୋଗ୍ରାମ ମର୍ଫିନ ତିଆରି କରାଯାଇଥିଲା । [୧୧] ଏଥିରୁ ୪୫, ୦୦୦ କିଲୋଗ୍ରାମ ଯନ୍ତ୍ରଣା ଲାଘବ ନିମନ୍ତେ ବ୍ୟବ‌ହୃତ ହୋଇଥିଲା ଯାହା ବିଗତ ୨୦ ବର୍ଷରେ ବ୍ୟବ‌ହୃତ ପରିମାଣର ୪ ଗୁଣ । [୧୧] ସେଥିରୁ ଅଧିକାଂଶ ବିକଶିତ ଦେଶମାନଙ୍କରେ ବ୍ୟବ‌ହୃତ ହୋଇଥିଲା । [୧୧] ମର୍ଫିନର ୭୦ % ଅନ୍ୟ ଔଷଧ ଯଥା ହାଇଡ୍ରୋମର୍ଫିନ, ଅକ୍ସିକୋଡୋନ, ହିରୋଇନମେଥାଡନ ତିଆରି କରିବା ନିମନ୍ତେ ବ୍ୟବ‌ହାର ହୋଇଥିଲା । [୧୧][୧୨][୧୩] ଆମେରିକାରେ ଏହା ସିଡ୍ୟୁଲ ୨ ଔଷଧ,[୧୨] ଇଂଲଣ୍ଡରେ କ୍ଲାସ ଏ[୧୪] ଓ କାନାଡ଼ାରେ ସିଡ୍ୟୁଲ ୧ ଔଷଧ ।[୧୫] ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ମଡେଲ ଅତ୍ୟାବଶ୍ୟକୀୟ ଔଷଧ ଚିଠାରେ ମୂଳ ସ୍ୱାସ୍ଥ୍ୟ ସେବାର ଏକ ମହତ୍ତ୍ୱପୂର୍ଣ୍ଣ ଔଷଧ ଭାବରେ ଏହାର ନାମ ଲିପିବଦ୍ଧ ଅଛି । [୧୬]

ଆଧାର