ଲକ୍ଷ୍ମୀ ପୁରାଣ


ଲକ୍ଷ୍ମୀ ପୁରାଣ ବଳରାମ ଦାସଙ୍କଦ୍ୱାରା ପଞ୍ଚଦଶ ଶତାବ୍ଦୀରେ ଓଡ଼ିଆ ଭାଷାରେ ଲେଖା ଏକ ସାହିତ୍ୟିକ ପୁରାଣ କୃତି ।[୧] [୨] [୩]

କିମ୍ବଦନ୍ତୀ

ମାଣବସା ଗୁରୁବାରର କିମ୍ବଦନ୍ତୀ ବଳରାମ ଦାସଙ୍କ ଲକ୍ଷ୍ମୀ ପୁରାଣରେ ବଖଣାଯାଇଛି । ଏଥି ମତେ ଦାସଦାସୀ ପରିବେଷ୍ଟିତ ଲକ୍ଷ୍ମୀ ଦିନେ ସ୍ୱାମୀଙ୍କୁ ମାଣବସା ଗୁରୁବାର ବାବଦରେ ଜଣାଇ ଦେଶ ଭ୍ରମଣରେ ବଡ଼ ଦେଉଳରୁ ବିଜେ କଲେ । କିଏ ତାଙ୍କୁ ପୂଜୁଛି ତାହା ଜାଣିବା ନିମନ୍ତେ ସେ ଘର ଘର ବୁଲିଲେ । ଅନେକ ଧନୀ, ବଡ଼ ଲୋକ ସେଦିନ ଗୁରୁବାର ବୋଲି ଭୁଲି ଯାଇଥିବା ଦେଖିବା ପରେ ସେ ଶ୍ରୀୟା ନାମକ ଜଣେ ଦଳିତ ନାରୀ ଘରେ ପହଞ୍ଚିଥିଲେ। ଘରଦ୍ୱାର ପରିଷ୍କାର କରି ଲିପାପୋଛା କରି ଶ୍ରୀୟା ତାଙ୍କ ପୂଜା ପାଇଁ ସଜ, ଭୋଗ-ନୈବେଦ୍ୟ ଆଦି ସଜାଡ଼ି ରଖିବା ଦେଖି ଲକ୍ଷ୍ମୀ ତାହାଙ୍କ ଭକ୍ତିରେ ମୁଗ୍ଧ ହୋଇ ସେଠାରେ ହିଁ ରହିଗଲେ । ଏହା ଶୁଣି ବଳରାମ କୋପକଲେ । ସେତେବେଳର ସମାଜରେ ଦଳିତମାନଙ୍କୁ ଅଛୁଆଁ ଭାବେ ଗଣା ଯାଉଥିବାରୁ ଜଣେ ଦଳିତ ଲୋକର ଘରେ ପାଦ ଦେଇଥିବାକୁ ଅପରାଧ ବିବେଚନା କରି ବଡ଼ଦେଉଳ ଦ୍ୱାର ଲକ୍ଷ୍ମୀଙ୍କ ପାଇଁ ବନ୍ଦ ହୋଇଥିଲା । ଅପମାନିତ ହୋଇ ସେ ଘରୁ ବାହାରି ଗଲେ । ଯିବା ବେଳେ ପଣ କଲେ କାଳିଆ-ବଳିଆ (ଜଗନ୍ନାଥ-ବଳଭଦ୍ର) ଦୁଇ ଭାଇଙ୍କୁ ଉଚିତ ଶିକ୍ଷା ଦେବେ । ଲକ୍ଷ୍ମୀଙ୍କ ନିର୍ଦ୍ଦେଶରେ ସମୁଦ୍ର କୂଳରେ ତାଳବେତାଳ ନାମକ ଆଉ ଏକ ପ୍ରାସାଦ ଗଢ଼ାହେଲା । ଲକ୍ଷ୍ମୀ ବଡ଼ଦେଉଳରୁ ସବୁ ଜିନିଷ ଲୁଟିନେଇ ତାହାକୁ ଶ୍ରୀହୀନ କରିଦେଲେ । ଖାଇବାକୁ ନପାଇ ଦୁଇଭାଇ ଭୋକରେ ଆଉଟୁ ପାଉଟୁ ହୋଇ ଶେଷରେ ସେହି ପ୍ରାସାଦ ସମ୍ମୁଖରେ ପହଞ୍ଚିଲେ । ପ୍ରାସାଦ ମାଲିକାଣୀଙ୍କ ଅତିଥେୟତାରେ ବିମୁଗ୍ଧ ହୋଇ ସେମାନେ ପ୍ରାସାଦ ମାଲିକ/ମାଲିକାଣୀଙ୍କୁ ଲୋଡ଼ିଲେ । ଆଉ ପରିଚୟ ପାଇବା ପରେ ନିଜକୁ ଲଜ୍ଜିତ ମନେ କଲେ ଦୁଇ ଭାଇ । ଛୁଆଁ ଅଛୁଆଁ ଭେଦଭାବ ରହିବ ନାହିଁ ବୋଲି ପ୍ରତିଶ୍ରୁତି ପାଇବା ପରେ ଲକ୍ଷ୍ମୀ ଶ୍ରୀମନ୍ଦିରକୁ ବାହୁଡ଼ିଥିଲେ ।[୪]

ଲୋକପ୍ରିୟତା

ଏହା ଓଡ଼ିଶାର ଘରେ ଘରେ ମାଣବସା ଗୁରୁବାର ନାମରେ ମଧ୍ୟ ଖ୍ୟାତ । ମାର୍ଗଶୀର ମାସର ଗୁରୁବାର ଦିନ ଓଡ଼ିଶାର ପ୍ରତି ଘରେ ଲକ୍ଷ୍ମୀପୂଜା ବା ମାଣବସା ଗୁରୁବାର ପାଳିତ ହୁଏ । ଓଡ଼ିଶା ବ୍ୟତୀତ ଆନ୍ଧ୍ର, ଛତିଶଗଡ଼, ପଶ୍ଚିମବଙ୍ଗ ଏବଂ ଝାଡଖଣ୍ଡରେ ମଧ୍ୟ ଏହି ପର୍ବ ପାଳିତ ହୁଏ । ଲକ୍ଷ୍ମୀପୂଜାର ବିଷୟବସ୍ତୁ ଉପରେ ଆଧାରିତ ଅନେକ ଚଳଚ୍ଚିତ୍ର ଏହାର ଲୋକପ୍ରିୟତାକୁ ଆହୁରି ବଢ଼ାଇ ଦେଇଛି । ୨୦୦୭ରେ ସବ୍ୟସାଚୀ ମହାପାତ୍ରଙ୍କ ନିର୍ଦ୍ଦେଶନାରେ ନିର୍ମିତ ଜୟ ଜଗନ୍ନାଥ ଚଳଚ୍ଚିତ୍ର ସେତେବେଳେ ୧୫ଟି ଭାରତୀୟ ଭାଷାରେ ମୁକ୍ତିଲାଭ କରିଥିଲା ।[୫][୬]

ଅଧିକ ତଥ୍ୟ

ଆଧାର