ସୁଦଶା ବ୍ରତ
ଶୁକ୍ଳପକ୍ଷ ଦଶମୀ ତିଥି ଗୁରୁବାରରେ ପଡ଼ିଲେ, ତାହା ସୁଦଶା ବ୍ରତ ରୂପେ ପାଳିତ ହୁଏ । [୧]ଏଥିରେ ଲକ୍ଷ୍ମୀଙ୍କୁ ପୂଜା କରାଯାଏ ।
ସୁଦଶା ବ୍ରତ | |
---|---|
ପାଳନକାରୀ | ବିବାହିତ ଓଡ଼ିଆ ହିନ୍ଦୁ ମହିଳା |
ପ୍ରକାର | ଧାର୍ମିକ |
ତାରିଖ | ଶୁକ୍ଳ ଦଶମୀ ଓ ଗୁରୁବାର |
୨୦୨୪ ତାରିଖ | ୧୮ ଅପ୍ରେଲ (ଗୁରୁବାର) |
ପୁନଃପୌନିକତା | ଅନିୟମିତ |
ସୁଦଶାର ଅର୍ଥ ଭଲ ସମୟ କିନ୍ତୁ ପଲ୍ଲୀ ମାନସରେ ସମ୍ଭବତଃ ସୁଦଶା ଶବ୍ଦ ସହିତ ଦଶ ସଂଖ୍ୟାଟି ସଂଯୋଜିତ ହୋଇ ଆସିଅଛି । ଫଳତଃ ଉପାସନାରେ ଦଶ ପାଖୁଡ଼ା ପଦ୍ମ, ଦଶବର୍ଣ୍ଣ ମୁରୁଜ, ଦଶମୁଖୀ ଦୀପ, ଦଶମୁଠି ଚାଉଳ, ଦଶମେଞ୍ଚା କଦଳୀ, ଦଶଗୋଟି ମଣ୍ଡା ଓ ଲକ୍ଷ୍ମୀଙ୍କ ପ୍ରତୀକ ରୂପେ ଲକ୍ଷ୍ମୀଙ୍କ ଦଶନାମ ଲକ୍ଷ୍ମୀନାରାୟଣୀ, କମଳିନୀ, ଶ୍ରୀ ହରିପ୍ରିୟା, ପଦ୍ମାଳୟା, କମଳା, ଚଞ୍ଚଳା, ବିଘ୍ନସେନୀ, ସିନ୍ଧୁର ଦୁଲ୍ଲଣୀ, ଦୁର୍ଗତି, ବିଷ୍ଣୁ ପାଟରାଣୀ ।
ସୁମରିତ ଦଶଖିଅ ଧଳାସୂତାର ଏକ ବ୍ରତ ପୂଜା କରାଯିବାର ବିଧି ରହିଛି । ସେହି ବ୍ରତକୁ ପରବର୍ତ୍ତୀ ସୁଦଶା ବ୍ରତ ପର୍ଯ୍ୟନ୍ତ ବାହୁରେ ଧାରଣ କରାଯାଏ । [୨]
ଏହି ପର୍ବ ଓଡ଼ିଶାର ବିଶେଷତ୍ୱ, ଏହାକୁ କେବଳ ଓଡ଼ିଆ ମହିଳା (ହିନ୍ଦୁ)ମାନେ ପାଳନ କରିଥାନ୍ତି ।[୩] ଭାରତର ଅନ୍ୟ ରାଜ୍ୟରେ ବା ଭାରତ ବାହାରେ ଏହା ଦେଖା ଯାଏ ନାହିଁ ।
ବ୍ରତ କାହାଣୀ
ଜନୈକା ବିଧବା ବ୍ରାହ୍ମଣୀ ନଦୀରୁ ଜଳ ଆଣିବା ସମୟରେ ନିଜ ବ୍ରତଟିକୁ ହଜାଇ ଦେଇଛନ୍ତି । ବ୍ରତ ହରାଇ ବିକଳ ଭାବେ କ୍ରନ୍ଦନ କରୁଥିବା ବେଳେ ନଳ ରାଜା ତାଙ୍କର ଦୁଃଖ ଦୂର କରିବା ପାଇଁ ସତ୍ୟବଦ୍ଧ ହୋଇ ନିଜ ରାଣୀଙ୍କଠାରୁ ବ୍ରତ ଆଣି ବ୍ରାହ୍ମଣୀଙ୍କୁ ଦେଛନ୍ତି । ବ୍ରତଟି ଲକ୍ଷ୍ମୀଙ୍କ ପ୍ରତୀକ ହୋଇଥିବାରୁ ବ୍ରତଦାନ କଲେ ଲକ୍ଷ୍ମୀଛଡ଼ା ହେବାର କଥିତ ଥିବାରୁ ରାଣୀ ଅତ୍ୟନ୍ତ କୁଣ୍ଠାର ସହ ବ୍ରତଟିକୁ ଦେଇଛନ୍ତି । ବ୍ରତଦାନ ପରେ ତାଙ୍କର ସକଳ ସମ୍ପଦ, ସୁଖ, ଐଶ୍ୱର୍ଯ୍ୟ ଅପହୃତ ହୋଇ ରାଜା ଓ ରାଣୀ ଲକ୍ଷ୍ମୀଛଡ଼ା ଓ ଶ୍ରୀହୀନ ହୋଇ ପଡ଼ିଛନ୍ତି । ଯାବତୀୟ ଦୁଃଖ ଦୁର୍ଦ୍ଦଶା ଭୋଗ କଲାପରେ ରାଣୀ ପୁନଶ୍ଚ ଯଥାବିଧି ସୁଦଶା ବ୍ରତ ପାଳନ କରିବାପରେ ସେମାନଙ୍କର ସମସ୍ତ ଅପହୃତ ସୁଖ ସୌଭାଗ୍ୟ ଫେରି ଆସିଛି ।
ଆଧାର
ଅଧିକ ତଥ୍ୟ[୧]
- ଉଇକିପାଠାଗାରରେ ସୁଦଶା ବ୍ରତ