ହରିହର ସାହୁ

କଂଗ୍ରେସ ରାଜନୀତିଜ୍ଞ

ହରିହର ସାହୁ (୧୯ ଫେବୃଆରୀ ୧୯୩୮ - ୯ ଅପ୍ରେଲ ୨୦୧୪) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ହରିହର ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୯୫ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ବେଗୁନିଆ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ହରିହର ସାହୁ
ବିଧାୟକ: ୧୧ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୯୫ – ୧୯୯୫
ପୂର୍ବ ଅଧିକାରୀସୁରେନ୍ଦ୍ରନାଥ ମିଶ୍ର
ପର ଅଧିକାରୀଜାନକୀ ବଲ୍ଲଭ ପଟ୍ଟନାୟକ
ନିର୍ବାଚନ ମଣ୍ଡଳୀବେଗୁନିଆ
ବ୍ୟକ୍ତିଗତ ସବିଶେଷ
ଜନ୍ମ(1938-02-19)ଫେବୃଆରୀ ୧୯, ୧୯୩୮
ମୃତ୍ୟୁ୯ ଅପ୍ରେଲ ୨୦୧୪(2014-04-09) (ବୟସ ୭୬)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀସୁକୁମାରୀ ସାହୁ
ବାପା/ବୋଉହାଟ କିଶୋର ସାହୁ (ବାପା)
ବୃତ୍ତିରାଜନୀତିଜ୍ଞ

ଜନ୍ମ, ପରିବାର ଓ ଶିକ୍ଷା

ହରିହର ସାହୁ ୧୯୩୮ ମସିହାର ଫେବୃଆରୀ ମାସ ୧୯ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ହାଟ କିଶୋର ସାହୁ ଏବଂ ପତ୍ନୀଙ୍କ ନାମ ସୁକୁମାରୀ ସାହୁ ।[୧] ତାଙ୍କର ଶିକ୍ଷାଗତ ଯୋଗ୍ୟତା ମାଟ୍ରିକ୍‌ରୁ କମ ଥିଲା ।[୧]

ରାଜନୈତିକ ଜୀବନ

ହରିହର ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ ।[୧] ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]

ମୃତ୍ୟ

ହରିହର ସାହୁ ୨୦୧୪ ମସିହାର ଅପ୍ରେଲ ମାସ ୯ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୭୬ ବର୍ଷ ବୟସ ହୋଇଥିଲା ।

ଆଧାର

🔥 Top keywords: ପ୍ରଧାନ ପୃଷ୍ଠାମିଡ଼ିଆଉଇକି:Interwiki-links.jsଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଓଡ଼ିଶାବିଶେଷ:ଖୋଜନ୍ତୁଓଡ଼ିଆ ଭାଷାଦ୍ୱିତୀୟ ବିଶ୍ୱଯୁଦ୍ଧଫକୀର ମୋହନ ସେନାପତିଜଗନ୍ନାଥ ମନ୍ଦିରଜଗନ୍ନାଥ ଦାସବନ୍ଦେ ଉତ୍କଳ ଜନନୀଲକ୍ଷ୍ମୀକାନ୍ତ ମହାପାତ୍ରଗୋପବନ୍ଧୁ ଦାସମଧୁସୂଦନ ଦାସମନମୋହନ ସାମଲଗୋପୀନାଥ ମହାନ୍ତିଉଇକିପିଡ଼ିଆ:ଆମେ ଦାୟୀ ନୋହୁଁମହାତ୍ମା ଗାନ୍ଧୀସୀତା ନବମୀସହଯୋଗ:ବିଷୟବସ୍ତୁବିଶେଷ:ନଗଦବଦଳକାଳିନ୍ଦୀ ଚରଣ ପାଣିଗ୍ରାହୀଗଙ୍ଗାଧର ମେହେରସାରଳା ଦାସଜଗନ୍ନାଥଉଇକିପିଡ଼ିଆ:ଉଇକିପିଡ଼ିଆ ବାବଦରେସଚ୍ଚିଦାନନ୍ଦ ରାଉତରାୟମଧୁସୂଦନ ରାଓପୁନମ ମିଶ୍ରଓଡ଼ିଶାଉଇକିପିଡ଼ିଆ:ଆମ ସହ ଯୋଗାଯୋଗଓଡ଼ିଆ ସାହିତ୍ୟଫାଇଲ:Namita Agrawal (Odia Singer).jpgଗୋଦାବରୀଶ ମିଶ୍ରଶାନ୍ତନୁ କୁମାର ଆଚାର୍ଯ୍ୟଉଇକିପିଡ଼ିଆ:ସଙ୍ଘ ସୂଚନା ଫଳକରାଧାନାଥ ରାୟମାଧ୍ୟମିକ ଶିକ୍ଷା ପରିଷଦ, ଓଡ଼ିଶାwiki.phtmlପ୍ରତିଭା ରାୟ