ଅଂଶୁଘାତ

ଅଂଶୁଘାତ ( ଇଂରାଜୀ ଭାଷାରେ Heat stroke, also known as sun stroke) ଏକ ଉତ୍ତାପ ଜନିତ ବେମାରୀ (heat illness) ଯାହା ଅତ୍ୟଧିକ ଉତ୍ତାପ ଯୋଗୁ ହୁଏ ଓ ଏଥିରେ ଦେହର ଉତ୍ତାପ ୪୦.୦ ସେଲସିୟସରୁ ଅଧିକ ଥାଏ ଓ ମାନସିକ ଦ୍ୱନ୍ଦ୍ୱ ହୁଏ ।[୩] ଅନ୍ୟାନ୍ୟ ଲକ୍ଷଣ ମଧ୍ୟରେ ଉଚ୍ଚ ରକ୍ତଚାପ ,(high blood pressure) ଶୁଷ୍କ ଲାଲ ଓ ଓଦା ଚମ, ମୁଣ୍ଡବଥା, ଦ୍ୱନ୍ଦ୍ୱ ଓ ମୁଣ୍ଡ ଓଜନିଆ ଆଦି ଦେଖାଯାଏ ।[୨] ଏହା ହଠାତ୍ ବା ଧୀରେ ଆରମ୍ଭ ହୋଇପାରେ ।[୪] ଅଧିକ ଜଟିଳ ହେଲେ ଅପସ୍ମାର ବାତ Seizures, ରାବଡୋମାୟୋଲାଇସିସ, ବୃକ୍‌କ ଫେଲ (kidney failure) ଆଦି ଲକ୍ଷଣମାନ ଦେଖାଯାଏ ।[୪]

ଅଂଶୁଘାତ (Heat stroke)
ଇଂରାଜୀ ପ୍ରତିଶବ୍ଦ - Sun stroke, siriasis[୧]
ଅଂଶୁଘାତର ଏକ ଚିକିତ୍ସା: ରୋଗୀ ଦେହକୁ ଜଳ ସ୍ପ୍ରେ କରାଯାଉଛି ।
ବିଭାଗଆପାତସ୍ଥିତି ଚିକିତ୍ସା (Emergency medicine)
ଲକ୍ଷଣଅତ୍ୟଧିକ ଶାରୀରିକ ଉତ୍ତାପ (High body temperature), ଶୁଷ୍କ ଲାଲ ଓ ଓଦା ଚମ, ମୁଣ୍ଡବଥା, ଦ୍ୱନ୍ଦ୍ୱ ଓ ମୁଣ୍ଡ ଓଜନିଆ[୨]
କାରଣଅତ୍ୟଧିକ ବାହ୍ୟ ଉତ୍ତାପ, ଅଧିକ ଶାରୀରିକ ପରିଶ୍ରମ (physical exertion)[୩][୪]
ବିପଦ କାରକଅତି ଛୋଟ ଓ ଅତି ବୟସ୍କ ବ୍ୟକ୍ତି, ଉତ୍ତାପ ଢେଉ (heat waves), ଅତ୍ୟଧିକ ଆର୍ଦ୍ରତା (humidity), କେତେକ ଔଷଧ, ହୃଦ୍‌ରୋଗ, ଚର୍ମ ରୋଗ ।[୪]
ରୋଗ ନିର୍ଣ୍ଣୟ ପଦ୍ଧତିଲକ୍ଷଣ ଉପରେ ପର୍ଯ୍ୟବସିତ[୪]
ସଠିକ ରୋଗ ନିର୍ଣ୍ଣୟନିଉରୋଲେପ୍ଟିକ ମ୍ୟାଲିଗନାଣ୍ଟ ସିଣ୍ଡ୍ରୋମ (Neuroleptic malignant syndrome), ମ୍ୟାଲେରିଆ, ମେନିଞ୍ଜାଇଟିସ[୪]
ଚିକିତ୍ସାଦୃତ ଶୀତଳିକରଣ, ସାହାଯ୍ୟକାରୀ ଯତ୍ନ (supportive care)[୩]
Prognosisବ୍ୟାୟାମ ଜନିତ - <୫%, ଅନ୍ୟ କାରଣରୁ ୬୫% ପର୍ଯ୍ୟନ୍ତ ।[୪]
ମୃତ୍ୟୁ ସାନ୍ଦ୍ରତା> ଯୁକ୍ତରାଷ୍ଟ୍ର ଆମେରିକାରେ ବାର୍ଷିକ ୬୦୦[୩]

ଅତ୍ୟଧିକ ବାହ୍ୟ ଉତ୍ତାପ ଓ ଅଧିକ ଶାରୀରିକ ପରିଶ୍ରମ (physical exertion) ଯୋଗୁ ଏହି ରୋଗ ହୁଏ ।[୩][୪] ଅତି ଛୋଟ ଓ ଅତି ବୟସ୍କ ବ୍ୟକ୍ତି, ଉତ୍ତାପ ଢେଉ (heat waves), ଅତ୍ୟଧିକ ଆର୍ଦ୍ରତା (humidity), କେତେକ ଔଷଧ, ହୃଦ୍‌ରୋଗ, ଚର୍ମ ରୋଗ ଯୋଗୁ ଏହି ସଙ୍କଟ ସୃଷ୍ଟି ହୁଏ ।[୪] ସାରୀରିକ ପରିଶ୍ରମ ନଥାଇ ହେଉଥିବାଅ ରୋଗ ସାଧାରଣତଃ ଅତି ଛହୋଟ ବା ଅତି ବୃଦ୍ଧ ଅବସ୍ଥାରେ ହୁଏ ।[୪] ଲକ୍ଷଣ ଅନୁଯାୟୀ ରୋଗ ନିର୍ଣ୍ଣୟ କରାଯାଏ ।[୪] ଏହା ଏକ ପ୍ରକାର ହାଇପରଥର୍ମିଆ (hyperthermia) ବା ଉଚ୍ଚତାପମାତ୍ରା ବେମାରୀ ।[୪] ଏହା ସାଧାରଣ ଜ୍ୱର ରୋଗଠାରୁ ପୃଥକ୍ ।[୪]

ପ୍ରତିଷେଧକ ବ୍ୟବସ୍ଥା ମଧ୍ୟରେ ଯଥେଷ୍ଟ ତରଳ ପଦାର୍ଥ ଦିଆଯାଏ ଓ ଅତ୍ୟଧିକ ଗରମରୁ ଦୂରରେ ରହିବାକୁ ଉପଦେଶ ଦିଆଯାଏ ।[୫] ରୋଗୀର ଦେହକୁ ତୁରନ୍ତ ଥଣ୍ଡା କରିବା ଓ ସାହାଯ୍ୟକାରୀ ଯତ୍ନ (supportive care) ନେବା ଆବଶ୍ୟକ ।[୩] ଦେହ ଉତ୍ତାପ କମେଇବା ପାଇଁ ରୋଗୀ ଦେହକୁ ଜଳ ସିଞ୍ଚନ କରାଯାଏ, ଥଣ୍ଡା କରିବା ଲାଗି ବରଫ ମିଶ୍ରିତ ଜଳରେ ବୁଡ଼େଇ ରଖାଯାଏ ଓ ଶିରାଭ୍ୟନ୍ତର ତରଳ ପଦାର୍ଥ (intravenous fluids) ଦିଆଯାଏ ।[୩] ବରଫ ପ୍ୟାକ (ice packs) ରୁଟିନ ଭାବରେ ଦିଆଯାଏ ନାହିଁ ।[୩]

ଯୁକ୍ତରାଷ୍ଟ୍ର ଆମେରିକାରେ ଏହି ରୋଗ ଯୋଗୁ ବର୍ଷକୁ ୬୦୦ରୁ ଉର୍ଦ୍ଧ୍ୱ ମୃତ୍ୟୁ ହୁଏ ।[୩] ଏହି ମୃତ୍ୟୁ ହାର ସନ ୧୯୯୫ରୁ ୨୦୧୫ ମଧ୍ୟରେ ବୃଦ୍ଧି ପାଇଥିବା ଜଣାଯାଏ ।[୪] ଅତ୍ୟଧିକ ପରିଶ୍ରମ ବା ବ୍ୟାୟାମ ଯୋଗୁ ମୃତ୍ୟୁ ହାର ମାତ୍ର ୫% ଥିବାବେଳେ ଅଣବ୍ୟାୟାମ କାରନ ଯୋଗୁ ୬୫% ମୃତ୍ୟୁ ହୁଏ ।[୪]

ଆଧାର


External links

ଶ୍ରେଣୀବିଭାଗ
ବାହାର ଉତ୍ସ